ପଞ୍ଚୁକର ଦ୍ଵିତୀୟ ଦିନ; ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ

Thursday, 26 Nov, 4.40 am

ପୁରୀ: ବୁଧବାରଠାରୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସର ପଞ୍ଚୁକ ବ୍ରତ। ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ବିଭୂଷିତ ହୋଇଛନ୍ତି। ଆଜି ପଞ୍ଚୁକର ଦ୍ଵିତୀୟ ଦିନ। ଆଜି ବାଙ୍କଚୂଡ଼ା ବେଶରେ ବିଭୂଷିତ ହେବେ ମହାପ୍ରଭୁ।

ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ ଅନ୍ୟତମ। କାର୍ତ୍ତିକ ମାସର ପଞ୍ଚୁକ ମଧ୍ୟରେ ପଡୁଥିବା ଶୁକ୍ଳ ଦ୍ୱାଦଶୀ ତିଥିରେ ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହୋଇଥାଏ। ଏହି ଦିନ ଆବକାଶ ନୀତି ଶେଷ ହେବାପରେ ପାଳିଆ ମେକାପ,ଖୁଣ୍ଟିଆ,ଚାଙ୍ଗଡା ମେକାପ ଏବଂ କେତେଜଣ ପୁଷ୍ପାଳକ ଶ୍ରୀବିଗ୍ରହଙ୍କୁ ବାଙ୍କଚୂଡ଼ା ବେଶରେ ସଜ୍ଜିତ କରିଥାନ୍ତି।

ଯେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ଭକ୍ତ ଅକ୍ରୁର ମଥୁରା ନେବା ପାଇଁ ଗୋପ ଆସିଥିଲେ, ଏହି ବେଶରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ ।